9ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।
10ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”
11ମାତ୍ର ଯିହୋଶାଫଟ୍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍ବକ୍ତା କʼଣ ଏଠାରେ ନାହାନ୍ତି?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”
12ତେବେ ଯିହୋଶାଫଟ୍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।
13ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କʼଣ କରିବାର ଅଛି? ତୁମ୍ଭ ପିତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”