ଦ୍ୱିତୀୟ ରାଜାବଳୀ 3

ତେବେ ଯିହୋଶାଫଟ୍‍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍‍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।

2 Kings 3:12 (UKJV) And Jehoshaphat said, The word of the LORD is with him. So the king of Israel and Jehoshaphat and the king of Edom went down to him.

10ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”

11ମାତ୍ର ଯିହୋଶାଫଟ୍‍ କହିଲେ, “ଆମ୍ଭେମାନେ ଯାହାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି କୌଣସି ଭବିଷ୍ୟଦ୍‍ବକ୍ତା କʼଣ ଏଠାରେ ନାହାନ୍ତି?” ଏଥିରେ ଇସ୍ରାଏଲ ରାଜାଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଶାଫଟ୍‍ର ପୁତ୍ର ଇଲୀଶାୟ, ଯେ ଏଲୀୟଙ୍କ ହସ୍ତରେ ଜଳ ଢାଳୁଥିଲେ, ସେ ଏଠାରେ ଅଛନ୍ତି।”

12ତେବେ ଯିହୋଶାଫଟ୍‍ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ତାଙ୍କଠାରେ ଅଛି।” ତେଣୁ ଇସ୍ରାଏଲର ରାଜା ଓ ଯିହୋଶାଫଟ୍‍ ଓ ଇଦୋମର ରାଜା ତାଙ୍କ ନିକଟକୁ ଗଲେ।

13ସେତେବେଳେ ଇଲୀଶାୟ ଇସ୍ରାଏଲର ରାଜାଙ୍କୁ କହିଲେ, “ତୁମ୍ଭ ସହିତ ମୋହର କʼଣ କରିବାର ଅଛି? ତୁମ୍ଭ ପିତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଓ ତୁମ୍ଭ ମାତାର ଭବିଷ୍ୟଦ୍‍ବକ୍ତାମାନଙ୍କ ନିକଟକୁ ଯାଅ।” ତହିଁରେ ଇସ୍ରାଏଲର ରାଜା ତାଙ୍କୁ କହିଲେ, “ନାହିଁ, କାରଣ ମୋୟାବ ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏ ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”

14ପୁଣି ଇଲୀଶାୟ କହିଲେ, “ମୁଁ ଯାହାଙ୍କ ଛାମୁରେ ଠିଆ ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯେବେ ମୁଁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ଉପସ୍ଥିତିକୁ ମର୍ଯ୍ୟାଦା ନ କରନ୍ତି, ତେବେ ନିଶ୍ଚୟ ମୁଁ ତୁମ୍ଭଆଡ଼େ ଅନାନ୍ତି ନାହିଁ, କି ତୁମ୍ଭକୁ ଦେଖନ୍ତି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.