1ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ।
2ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍ର ସ୍ତମ୍ଭ ଦୂର କରିଦେଲେ।
3ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ।
4ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।