ଦ୍ୱିତୀୟ ରାଜାବଳୀ 3

ଏଥିଉତ୍ତାରେ ପ୍ରାତଃକାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା।

2 Kings 3:20 (UKJV) And it came to pass in the morning, when the food offering was offered, that, behold, there came water by the way of Edom, and the country was filled with water.

18ଆହୁରି ସଦାପ୍ରଭୁଙ୍କ ଦୃଷ୍ଟିରେ ଏହା କେବଳ କ୍ଷୁଦ୍ର ବିଷୟ; ସେ ମୋୟାବୀୟମାନଙ୍କୁ ମଧ୍ୟ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।

19ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବନ୍ଦ କରିବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡ ପ୍ରସ୍ତରରେ ନାଶ କରିବ।”

20ଏଥିଉତ୍ତାରେ ପ୍ରାତଃକାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା।

21ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍‍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।

22ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.