19ପୁଣି ତୁମ୍ଭେମାନେ ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗର ଓ ପ୍ରତ୍ୟେକ ଉତ୍ତମ ନଗର ଉଚ୍ଛିନ୍ନ କରିବ ଓ ପ୍ରତ୍ୟେକ ଉତ୍ତମ ବୃକ୍ଷ କାଟି ପକାଇବ ଓ ଜଳ-ନିର୍ଝରସକଳ ବନ୍ଦ କରିବ ଓ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡ ପ୍ରସ୍ତରରେ ନାଶ କରିବ।”
20ଏଥିଉତ୍ତାରେ ପ୍ରାତଃକାଳୀନ ନୈବେଦ୍ୟ ଉତ୍ସର୍ଗ କରିବା ସମୟରେ ଦେଖ, ଇଦୋମର ପଥ ଦେଇ ଜଳ ଆସିଲା ଓ ଜଳରେ ଦେଶ ପୂର୍ଣ୍ଣ ହେଲା।
21ଏହି ସମୟରେ ମୋୟାବୀୟ ସମସ୍ତେ ଆପଣାମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ରାଜାମାନଙ୍କର ଆସିବାର କଥା ଶୁଣି ସେମାନେ ଆପଣାମାନଙ୍କୁ, ଅର୍ଥାତ୍, ସଜ୍ଜା ପରିଧାନକ୍ଷମ ଓ ତଦଧିକ ବୟସ୍କ ଲୋକଙ୍କୁ ଏକତ୍ର କରି ଦେଶର ସୀମାରେ ଠିଆ ହୋଇଥିଲେ।
22ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।
23ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।”