22ପୁଣି ସେମାନେ ପ୍ରଭାତରେ ଉଠିବା ବେଳେ ସୂର୍ଯ୍ୟ ଜଳ ଉପରେ ଚକମକ ହେଉଥିଲା, ତହିଁରେ ମୋୟାବୀୟମାନେ ଆପଣା ସମ୍ମୁଖସ୍ଥ ଜଳକୁ ରକ୍ତ ତୁଲ୍ୟ ରଙ୍ଗ ଦେଖିଲେ।
23ତେବେ ସେମାନେ କହିଲେ, “ଏହା ରକ୍ତ; ରାଜାମାନେ ନିଶ୍ଚୟ ବିନଷ୍ଟ ହୋଇଅଛନ୍ତି ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାକୁ ବଧ କରିଅଛନ୍ତି; ଏହେତୁ ହେ ମୋୟାବ, ଲୁଟିବାକୁ ଯାଅ।”
24ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ।
25ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍-ହେର୍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣୀଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ।
26ସେସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।