ଦ୍ୱିତୀୟ ରାଜାବଳୀ 3

ସେସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।

2 Kings 3:26 (UKJV) And when the king of Moab saw that the battle was too sore for him, he took with him seven hundred men that drew swords, to break through even unto the king of Edom: but they could not.

24ତହୁଁ ସେମାନେ ଇସ୍ରାଏଲର ଛାଉଣିରେ ଉପସ୍ଥିତ ହୁଅନ୍ତେ, ଇସ୍ରାଏଲୀୟମାନେ ଉଠି ମୋୟାବୀୟମାନଙ୍କୁ ଆଘାତ କଲେ, ତେଣୁ ସେମାନେ ସେମାନଙ୍କ ସମ୍ମୁଖରୁ ପଳାଇଲେ; ପୁଣି ଇସ୍ରାଏଲୀୟମାନେ ମୋୟାବୀୟମାନଙ୍କୁ ଆଘାତ କରି କରି ଦେଶ ଭିତରକୁ ଅଗ୍ରସର ହେଲେ।

25ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍‍-ହେର୍‍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣୀଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ।

26ସେସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।

27ତହୁଁ ସେ ଆପଣା ଉତ୍ତରାଧିକାରୀ ଜ୍ୟେଷ୍ଠ ପୁତ୍ରକୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ତାହାକୁ ଉତ୍ସର୍ଗ କଲା। ତହିଁରେ ଇସ୍ରାଏଲ ବିରୁଦ୍ଧରେ ମହାକୋପ ଉପସ୍ଥିତ ହେଲା; ଏଥିଉତ୍ତାରେ ସେମାନେ ତାହା ନିକଟକୁ ପ୍ରସ୍ଥାନ କରି ସେମାନଙ୍କ ନିଜ ଦେଶକୁ ଫେରିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.