25ଆଉ ସେମାନେ ନଗରସବୁ ଭାଙ୍ଗି ପକାଇଲେ ଓ ପ୍ରତି ଜଣ ପ୍ରତ୍ୟେକ ଉତ୍ତମ ଭୂମିଖଣ୍ଡରେ ପ୍ରସ୍ତର ପକାଇ ତାହା ପୂର୍ଣ୍ଣ କଲେ ଓ ସେମାନେ ଜଳ-ନିର୍ଝରସକଳ ବନ୍ଦ କରିଦେଲେ ଓ ଉତ୍ତମ ବୃକ୍ଷସବୁ କାଟି ପକାଇଲେ; ଶେଷରେ ସେମାନେ କେବଳ କୀର୍-ହେର୍ସତରେ ତହିଁର ପ୍ରସ୍ତରସବୁ ଛାଡ଼ିଲେ; ତଥାପି ଛାଟିଣୀଧାରୀମାନେ ତହିଁ ଚତୁର୍ଦ୍ଦିଗକୁ ଯାଇ ତାହା ଆଘାତ କଲେ।
26ସେସମୟରେ ମୋୟାବର ରାଜା ଆପଣା ପକ୍ଷରେ ଯୁଦ୍ଧ ଅତି ଅସହ୍ୟ ଦେଖି, ସେ ଇଦୋମର ରାଜା ନିକଟକୁ ଭେଦ କରି ଯିବା ପାଇଁ ଆପଣା ସଙ୍ଗେ ସାତ ଶହ ଖଡ୍ଗଧାରୀ ଲୋକ ନେଲା; ମାତ୍ର ସେମାନେ ପାରିଲେ ନାହିଁ।
27ତହୁଁ ସେ ଆପଣା ଉତ୍ତରାଧିକାରୀ ଜ୍ୟେଷ୍ଠ ପୁତ୍ରକୁ ନେଇ ପ୍ରାଚୀର ଉପରେ ହୋମବଳି ରୂପେ ତାହାକୁ ଉତ୍ସର୍ଗ କଲା। ତହିଁରେ ଇସ୍ରାଏଲ ବିରୁଦ୍ଧରେ ମହାକୋପ ଉପସ୍ଥିତ ହେଲା; ଏଥିଉତ୍ତାରେ ସେମାନେ ତାହା ନିକଟକୁ ପ୍ରସ୍ଥାନ କରି ସେମାନଙ୍କ ନିଜ ଦେଶକୁ ଫେରିଗଲେ।