ଦ୍ୱିତୀୟ ରାଜାବଳୀ 3

ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।

2 Kings 3:4 (UKJV) And Mesha king of Moab was a sheep breeder, and rendered unto the king of Israel an hundred thousand lambs, and an hundred thousand rams, with the wool.

2ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍‍ର ସ୍ତମ୍ଭ ଦୂର କରିଦେଲେ।

3ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ।

4ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।

5ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।

6ସେହି ସମୟରେ ଯିହୋରାମ୍‍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.