ଦ୍ୱିତୀୟ ରାଜାବଳୀ 3

ସେହି ସମୟରେ ଯିହୋରାମ୍‍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।

2 Kings 3:6 (UKJV) And king Jehoram went out of Samaria the same time, and numbered all Israel.

4ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।

5ମାତ୍ର ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବର ରାଜା ଇସ୍ରାଏଲର ରାଜାଙ୍କ ବିରୁଦ୍ଧରେ ଦ୍ରୋହାଚରଣ କଲା।

6ସେହି ସମୟରେ ଯିହୋରାମ୍‍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।

7ତହୁଁ ଯିହୋରାମ୍‍ ଯାଇ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ମୋୟାବର ରାଜା ମୋʼ ବିରୁଦ୍ଧରେ ଦ୍ରୋହାଚରଣ କରିଅଛି; ତୁମ୍ଭେ କʼଣ ମୋୟାବ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ଯିବ?” ତହୁଁ ସେ କହିଲେ, “ମୁଁ ଯିବି; ମୁଁ ତୁମ୍ଭ ପରି, ମୋʼ ଲୋକ ତୁମ୍ଭ ଲୋକ ପରି, ମୋʼ ଅଶ୍ୱ ତୁମ୍ଭ ଅଶ୍ୱ ପରି।”

8ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.