ଦ୍ୱିତୀୟ ରାଜାବଳୀ 3

ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।”

2 Kings 3:8 (UKJV) And he said, Which way shall we go up? And he answered, The way through the wilderness of Edom.

6ସେହି ସମୟରେ ଯିହୋରାମ୍‍ ରାଜା ଶମରୀୟାରୁ ଯାଇ ସମୁଦାୟ ଇସ୍ରାଏଲକୁ ସଂଗ୍ରହ କଲେ।

7ତହୁଁ ଯିହୋରାମ୍‍ ଯାଇ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ମୋୟାବର ରାଜା ମୋʼ ବିରୁଦ୍ଧରେ ଦ୍ରୋହାଚରଣ କରିଅଛି; ତୁମ୍ଭେ କʼଣ ମୋୟାବ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ଯିବ?” ତହୁଁ ସେ କହିଲେ, “ମୁଁ ଯିବି; ମୁଁ ତୁମ୍ଭ ପରି, ମୋʼ ଲୋକ ତୁମ୍ଭ ଲୋକ ପରି, ମୋʼ ଅଶ୍ୱ ତୁମ୍ଭ ଅଶ୍ୱ ପରି।”

8ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।”

9ତହୁଁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଓ ଇଦୋମର ରାଜା ଯାତ୍ରା କରି ସାତ ଦିନର ପଥ ବୁଲିକରି ଗଲେ; ପୁଣି ସୈନ୍ୟମାନଙ୍କ ପାଇଁ ଅବା ସେମାନଙ୍କ ପଶ୍ଚାଦ୍‍ଗାମୀ ପଶୁମାନଙ୍କ ପାଇଁ ଜଳ ମିଳିଲା ନାହିଁ।

10ଏଥିରେ ଇସ୍ରାଏଲର ରାଜା କହିଲେ, “ହାୟ! କାରଣ ମୋୟାବର ହସ୍ତରେ ସମର୍ପଣ କରିବା ପାଇଁ ସଦାପ୍ରଭୁ ଏହି ତିନି ରାଜାଙ୍କୁ ଏକତ୍ର ଡାକିଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.