8ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।
9ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି।
10ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”
11ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।
12ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, “ଏହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।