10ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”
11ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।
12ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, “ଏହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।
13ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କʼଣ କରି ପାରିବି? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଅଛ କି?” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”
14ପୁଣି ଇଲୀଶାୟ କହିଲେ, “ତେବେ ତାହା ପାଇଁ କʼଣ କରାଯିବ?” ତହିଁରେ ଗିହେଜୀ ଉତ୍ତର କଲା, “ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।”