14ପୁଣି ଇଲୀଶାୟ କହିଲେ, “ତେବେ ତାହା ପାଇଁ କʼଣ କରାଯିବ?” ତହିଁରେ ଗିହେଜୀ ଉତ୍ତର କଲା, “ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।”
15ତେବେ ଇଲୀଶାୟ କହିଲେ, “ତାଙ୍କୁ ଡାକ।” ଏଣୁ ସେ ତାଙ୍କୁ ଡାକନ୍ତେ, ସେ ଦ୍ୱାରରେ ଠିଆ ହେଲା।
16ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
17ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।
18ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା।