16ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
17ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।
18ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା।
19ଆଉ ସେ ଆପଣା ପିତାଙ୍କୁ କହିଲା, “ମୋʼ ମସ୍ତକ, ମୋʼ ମସ୍ତକ।” ତହୁଁ ପିତା ଆପଣା ଦାସକୁ କହିଲା, “ତାହାର ମାତା ନିକଟକୁ ତାହାକୁ ଉଠାଇ ନେଇଯାଅ।”
20ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା।