21ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା।
22ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋʼ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”
23ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।”
24ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”
25ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ;