ଦ୍ୱିତୀୟ ରାଜାବଳୀ 4

ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।

2 Kings 4:3 (UKJV) Then he said, Go, borrow you vessels abroad of all your neighbours, even empty vessels; borrow not a few.

1ଭବିଷ୍ୟଦ୍‍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”

2ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”

3ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।

4ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।”

5ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.