29ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”
30ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।
31ଏଥିମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରିଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।”
32ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି।
33ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।