32ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି।
33ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
34ଆଉ ସେ ଉପରକୁ ଯାଇ ବାଳକ ଉପରେ ଶୟନ କଲେ ଓ ତାହା ମୁଖ ଉପରେ ଆପଣା ମୁଖ ଓ ତାହା ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହା ହସ୍ତ ଉପରେ ଆପଣା ହସ୍ତ ରଖିଲେ; ଏରୂପେ ସେ ଆପଣାକୁ ବାଳକ ଉପରେ ଲମ୍ବମାନ କଲେ; ତହିଁରେ ବାଳକର ଶରୀର ଉଷ୍ଣ ହେବାକୁ ଲାଗିଲା।
35ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।
36ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”