34ଆଉ ସେ ଉପରକୁ ଯାଇ ବାଳକ ଉପରେ ଶୟନ କଲେ ଓ ତାହା ମୁଖ ଉପରେ ଆପଣା ମୁଖ ଓ ତାହା ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହା ହସ୍ତ ଉପରେ ଆପଣା ହସ୍ତ ରଖିଲେ; ଏରୂପେ ସେ ଆପଣାକୁ ବାଳକ ଉପରେ ଲମ୍ବମାନ କଲେ; ତହିଁରେ ବାଳକର ଶରୀର ଉଷ୍ଣ ହେବାକୁ ଲାଗିଲା।
35ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।
36ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”
37ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା।
38ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”