ଦ୍ୱିତୀୟ ରାଜାବଳୀ 4

ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା।

2 Kings 4:37 (UKJV) Then she went in, and fell at his feet, and bowed herself to the ground, and took up her son, and went out.

35ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।

36ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”

37ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା।

38ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍‍ଗଲ୍‍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”

39ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.