39ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।
40ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ।
41ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।
42ଏଥିଉତ୍ତାରେ ବାଲ୍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”
43ତହୁଁ ତାଙ୍କ ଦାସ କହିଲା, “କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”