ଦ୍ୱିତୀୟ ରାଜାବଳୀ 4

ଏଥିଉତ୍ତାରେ ବାଲ୍‍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍‍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”

2 Kings 4:42 (UKJV) And there came a man from Baalshalisha, and brought the man of God bread of the first-fruits, twenty loaves of barley, and full ears of corn in the husk thereof. And he said, Give unto the people, that they may eat.

40ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ।

41ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।

42ଏଥିଉତ୍ତାରେ ବାଲ୍‍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍‍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”

43ତହୁଁ ତାଙ୍କ ଦାସ କହିଲା, “କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”

44ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.