41ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।
42ଏଥିଉତ୍ତାରେ ବାଲ୍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”
43ତହୁଁ ତାଙ୍କ ଦାସ କହିଲା, “କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”
44ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।