ଦ୍ୱିତୀୟ ରାଜାବଳୀ 4

ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।

2 Kings 4:5 (UKJV) So she went from him, and shut the door upon her and upon her sons, who brought the vessels to her; and she poured out.

3ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍‍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।

4ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।”

5ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।

6ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।

7ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.