ଦ୍ୱିତୀୟ ରାଜାବଳୀ 4

ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”

2 Kings 4:7 (UKJV) Then she came and told the man of God. And he said, Go, sell the oil, and pay your debt, and live you and your children of the rest.

5ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।

6ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।

7ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”

8ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।

9ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.