ଦ୍ୱିତୀୟ ରାଜାବଳୀ 5

ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”

2 Kings 5:13 (UKJV) And his servants came near, and spoke unto him, and said, My father, if the prophet had bid you do some great thing, would you not have done it? how much rather then, when he says to you, Wash, and be clean?

11ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।

12ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।

13ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”

14ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।

15ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.