ଦ୍ୱିତୀୟ ରାଜାବଳୀ 5

ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍‍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।

2 Kings 5:16 (UKJV) But he said, As the LORD lives, before whom I stand, I will receive none. And he urged him to take it; but he refused.

14ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।

15ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”

16ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍‍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।

17ଏଥିରେ ନାମାନ୍‍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।

18ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋʼ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋʼ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍‍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.