1ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।
2ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା।
3ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”
4ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”