ଦ୍ୱିତୀୟ ରାଜାବଳୀ 5

ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍‍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”

2 Kings 5:20 (UKJV) But Gehazi, the servant of Elisha the man of God, said, Behold, my master has spared Naaman this Syrian, in not receiving at his hands that which he brought: but, as the LORD lives, I will run after him, and take somewhat of him.

18ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋʼ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋʼ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍‍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”

19ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍‍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।

20ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍‍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”

21ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା। ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?”

22ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.