ଦ୍ୱିତୀୟ ରାଜାବଳୀ 5

ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା। ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?”

2 Kings 5:21 (UKJV) So Gehazi followed after Naaman. And when Naaman saw him running after him, he lighted down from the chariot to meet him, and said, Is all well?

19ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍‍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।

20ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍‍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”

21ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା। ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?”

22ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”

23ଏଥିରେ ନାମାନ୍‍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହିନେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.