23ଏଥିରେ ନାମାନ୍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହିନେଲେ।
24ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।
25ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”
26ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?
27ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।