ଦ୍ୱିତୀୟ ରାଜାବଳୀ 5

ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”

2 Kings 5:3 (UKJV) And she said unto her mistress, Would God my lord were with the prophet that is in Samaria! for he would recover him of his leprosy.

1ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।

2ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।

3ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”

4ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”

5ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.