ଦ୍ୱିତୀୟ ରାଜାବଳୀ 5

ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”

2 Kings 5:4 (UKJV) And one went in, and told his lord, saying, Thus and thus said the maid that is of the land of Israel.

2ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।

3ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”

4ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”

5ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।

6ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍‍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.