ଦ୍ୱିତୀୟ ରାଜାବଳୀ 5

ଏଣୁ ନାମାନ୍‍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।

2 Kings 5:9 (UKJV) So Naaman came with his horses and with his chariot, and stood at the door of the house of Elisha.

7ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”

8ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍‍ବକ୍ତା ଅଛି, ଏହା ସେ ଜାଣିବ।”

9ଏଣୁ ନାମାନ୍‍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।

10ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”

11ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.