ଦ୍ୱିତୀୟ ରାଜାବଳୀ 6

ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ସ୍ଥାନ ବିଷୟ ଜଣାଇ ସତର୍କ କରାଇଥାଆନ୍ତି, ଇସ୍ରାଏଲର ରାଜା ସେହି ସ୍ଥାନକୁ ଲୋକ ପଠାନ୍ତି; ଏହିରୂପେ ସେ ଥରେ କି ଦୁଇ ଥର ନୁହେଁ, ବାରମ୍ବାର ସେସ୍ଥାନରେ ଆପଣାକୁ ରକ୍ଷା କଲେ।

2 Kings 6:10 (UKJV) And the king of Israel sent to the place which the man of God told him and warned him of, and saved himself there, not once nor twice.

8ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,”

9ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”

10ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ସ୍ଥାନ ବିଷୟ ଜଣାଇ ସତର୍କ କରାଇଥାଆନ୍ତି, ଇସ୍ରାଏଲର ରାଜା ସେହି ସ୍ଥାନକୁ ଲୋକ ପଠାନ୍ତି; ଏହିରୂପେ ସେ ଥରେ କି ଦୁଇ ଥର ନୁହେଁ, ବାରମ୍ବାର ସେସ୍ଥାନରେ ଆପଣାକୁ ରକ୍ଷା କଲେ।

11ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”

12ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, “ନା, ହେ ମୋʼ ପ୍ରଭୋ, ମହାରାଜ, ମାତ୍ର ଆପଣ ନିଜ ଶୟନ ଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.