ଦ୍ୱିତୀୟ ରାଜାବଳୀ 6

ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।

2 Kings 6:18 (UKJV) And when they came down to him, Elisha prayed unto the LORD, and said, Strike this people, I pray you, with blindness. And he stroke them with blindness according to the word of Elisha.

16ତହିଁରେ ସେ ଉତ୍ତର କଲେ, “ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।”

17ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।

18ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।

19ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, “ଏ ସେହି ପଥ ନୁହେଁ, କି ଏ ସେହି ନଗର ନୁହେଁ; ମୋʼ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା ନିକଟକୁ ତୁମ୍ଭମାନଙ୍କୁ ନେଇଯିବି।” ତହୁଁ ଇଲୀଶାୟ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ।

20ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, “ହେ ସଦାପ୍ରଭୋ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର।” ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.