ଦ୍ୱିତୀୟ ରାଜାବଳୀ 6

ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେମାନେ ଯାଅ।”

2 Kings 6:2 (UKJV) Let us go, we pray you, unto Jordan, and take thence every man a beam, and let us make us a place there, where we may dwell. And he answered, Go all of you.

1ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।

2ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେମାନେ ଯାଅ।”

3ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”

4ତହୁଁ ସେ ସେମାନଙ୍କ ସଙ୍ଗରେ ଗଲେ। ପୁଣି ସେମାନେ ଯର୍ଦ୍ଦନରେ ଉପସ୍ଥିତ ହୁଅନ୍ତେ, କାଠ କାଟିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.