ଦ୍ୱିତୀୟ ରାଜାବଳୀ 6

ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।

2 Kings 6:24 (UKJV) And it came to pass after this, that Benhadad king of Syria gathered all his host, and went up, and besieged Samaria.

22ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”

23ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ।

24ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।

25ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।

26ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.