24ଏଥିଉତ୍ତାରେ ଅରାମର ରାଜା ବିନ୍ହଦଦ୍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।
25ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।
26ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ।”
27ତହିଁରେ ସେ କହିଲେ, “ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି? କି ଖଳାରୁ କିଅବା ଦ୍ରାକ୍ଷାଯନ୍ତ୍ରରୁ?”
28ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋʼ ପୁଅକୁ କାଲି ଖାଇବା।’”