26ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ।”
27ତହିଁରେ ସେ କହିଲେ, “ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି? କି ଖଳାରୁ କିଅବା ଦ୍ରାକ୍ଷାଯନ୍ତ୍ରରୁ?”
28ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋʼ ପୁଅକୁ କାଲି ଖାଇବା।’”
29ତହୁଁ ଆମ୍ଭେମାନେ ମୋʼ ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆରଦିନ ମୁଁ ତାହାକୁ କହିଲି, “ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା, ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି।”
30ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି।