1ଏକ ସମୟରେ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।
2ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେମାନେ ଯାଅ।”
3ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”
4ତହୁଁ ସେ ସେମାନଙ୍କ ସଙ୍ଗରେ ଗଲେ। ପୁଣି ସେମାନେ ଯର୍ଦ୍ଦନରେ ଉପସ୍ଥିତ ହୁଅନ୍ତେ, କାଠ କାଟିଲେ।
5ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋʼ ପ୍ରଭୋ! ତାହା ତ ଉଧାରି-ବସ୍ତୁ।”