28ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋʼ ପୁଅକୁ କାଲି ଖାଇବା।’”
29ତହୁଁ ଆମ୍ଭେମାନେ ମୋʼ ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆରଦିନ ମୁଁ ତାହାକୁ କହିଲି, “ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା, ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି।”
30ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି।
31ତେବେ ସେ କହିଲେ, “ଯେବେ ଆଜି ଶାଫଟ୍ର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
32ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”