ଦ୍ୱିତୀୟ ରାଜାବଳୀ 6

ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”

2 Kings 6:33 (UKJV) And while he yet talked with them, behold, the messenger came down unto him: and he said, Behold, this evil is of the LORD; what should I wait for the LORD any longer?

31ତେବେ ସେ କହିଲେ, “ଯେବେ ଆଜି ଶାଫଟ୍‍ର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”

32ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”

33ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.