6ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ।
7ଆଉ ଇଲୀଶାୟ କହିଲେ, “ତୁମ୍ଭେ ତାହା ଉଠାଇ ନିଅ।” ତହୁଁ ସେ ହାତ ବଢ଼ାଇ ତାହା ନେଲା।
8ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,”
9ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”
10ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ସ୍ଥାନ ବିଷୟ ଜଣାଇ ସତର୍କ କରାଇଥାଆନ୍ତି, ଇସ୍ରାଏଲର ରାଜା ସେହି ସ୍ଥାନକୁ ଲୋକ ପଠାନ୍ତି; ଏହିରୂପେ ସେ ଥରେ କି ଦୁଇ ଥର ନୁହେଁ, ବାରମ୍ବାର ସେସ୍ଥାନରେ ଆପଣାକୁ ରକ୍ଷା କଲେ।