12ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, “ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି। ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରିଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା।”
13ତହିଁରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ମୁଁ ବିନୟ କରୁଅଛି, ଆମ୍ଭେମାନେ କେତେକ ଲୋକ ପଠାଇ ଦେଖୁ, ସେମାନେ ନଗରରେ ଅବଶିଷ୍ଟ ଅଶ୍ୱମାନଙ୍କ ମଧ୍ୟରୁ ପାଞ୍ଚୋଟି ନେଇ ଯାଉନ୍ତୁ, ଦେଖନ୍ତୁ, ସେମାନେ ନଗରରେ ଅବଶିଷ୍ଟ ଇସ୍ରାଏଲର ସମସ୍ତ ଜନତା ସମାନ; ଦେଖନ୍ତୁ, ସେମାନେ ଇସ୍ରାଏଲର ସମସ୍ତ ନଷ୍ଟକଳ୍ପ ଜନତା ସମାନ।”
14ଏହେତୁ ସେହି ଲୋକମାନେ ଅଶ୍ୱ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, “ଯାଇ ଦେଖ।”
15ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରିଆସି ରାଜାଙ୍କୁ ସମ୍ବାଦ ଦେଲେ।
16ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।