15ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରିଆସି ରାଜାଙ୍କୁ ସମ୍ବାଦ ଦେଲେ।
16ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।
17ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର-ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର-ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।
18ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”
19ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”