18ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”
19ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
20ସେହିପରି ତାହା ପ୍ରତି ଘଟିଲା; କାରଣ ଲୋକମାନେ ନଗର-ଦ୍ୱାରରେ ତାହାକୁ ଦଳି ପକାନ୍ତେ, ସେ ମଲା।