ଦ୍ୱିତୀୟ ରାଜାବଳୀ 7

ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?

2 Kings 7:3 (UKJV) And there were four leprous men at the entering in of the gate: and they said one to another, Why sit we here until we die?

1ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”

2ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏ କଥା ହୋଇ ପାରିବ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”

3ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?

4ଯଦି କହୁ, ‘ଆମ୍ଭେମାନେ ନଗରରେ ପ୍ରବେଶ କରିବା,’ ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।”

5ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.