ଦ୍ୱିତୀୟ ରାଜାବଳୀ 7

ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।

2 Kings 7:5 (UKJV) And they rose up in the twilight, to go unto the camp of the Syrians: and when they were come to the uttermost part of the camp of Syria, behold, there was no man there.

3ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?

4ଯଦି କହୁ, ‘ଆମ୍ଭେମାନେ ନଗରରେ ପ୍ରବେଶ କରିବା,’ ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।”

5ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।

6କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”

7ଏହେତୁ ଅରାମୀୟମାନଙ୍କ ସୈନ୍ୟଗଣ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ବୁ ଓ ଅଶ୍ୱ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.